ଦାନିୟେଲ 2

ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।

Daniel 2:31 (UKJV) You, O king, saw, and behold a great image. This great image, whose brightness was excellent, stood before you; and the form thereof was terrible.

29ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

30ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।

31ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।

32ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,

33ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.