30ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
31ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
32ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
33ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
34ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।