31ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
32ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
33ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
34ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
35ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।