ଦାନିୟେଲ 2

ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।

Daniel 2:36 (UKJV) This is the dream; and we will tell the interpretation thereof before the king.

34ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।

35ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।

36ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।

37ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।

38ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.