ଦାନିୟେଲ 2

ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”

Daniel 2:4 (UKJV) Then spoke the Chaldeans to the king in Syriack, O king, live for ever: tell your servants the dream, and we will show the interpretation.

2ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।

3ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”

4ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”

5ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।

6ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.