39ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
40ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
41ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
42ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
43ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।