42ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
43ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
44ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
45କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
46ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।