44ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
45କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
46ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
47ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
48ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।