ଦାନିୟେଲ 2

ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”

Daniel 2:47 (UKJV) The king answered unto Daniel, and said, Truthfully it is, that your God is a God of gods, and a Lord of kings, and a revealer of secrets, seeing you could reveal this secret.

45କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”

46ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।

47ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”

48ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।

49ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.