ଦାନିୟେଲ 2

ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।

Daniel 2:49 (UKJV) Then Daniel requested of the king, and he set Shadrach, Meshach, and Abednego, over the affairs of the province of Babylon: but Daniel sat in the gate of the king.

47ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”

48ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।

49ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.