3ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
4ତହିଁରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
5ରାଜା କଲ୍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
6ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
7ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”