ଦାନିୟେଲ 3

ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;

Daniel 3:11 (UKJV) And whoso falls not down and worships, that he should be cast into the midst of a burning fiery furnace.

9ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।

10ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;

11ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;

12ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”

13ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.