10ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
11ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;
12ଏଠାରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”
13ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
14ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?