ଦାନିୟେଲ 3

ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।

Daniel 3:16 (UKJV) Shadrach, Meshach, and Abednego, answered and said to the king, O Nebuchadnezzar, we are not careful to answer you in this matter.

14ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?

15ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”

16ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।

17ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

18ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.