ଦାନିୟେଲ 3

ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।

Daniel 3:19 (UKJV) Then was Nebuchadnezzar full of fury, and the form of his visage was changed against Shadrach, Meshach, and Abednego: therefore he spoke, and commanded that they should heat the furnace one seven times more than it was known to be heated.

17ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

18ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”

19ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।

20ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।

21ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.