18ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”
19ଏଥିରେ ନବୂଖଦ୍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
20ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।
21ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।
22ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।