ଦାନିୟେଲ 3

ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।

Daniel 3:21 (UKJV) Then these men were bound in their coats, their upper garments, and their hats, and their other garments, and were cast into the midst of the burning fiery furnace.

19ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।

20ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।

21ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।

22ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।

23ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.