ଦାନିୟେଲ 3

ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।

Daniel 3:23 (UKJV) And these three men, Shadrach, Meshach, and Abednego, fell down bound into the midst of the burning fiery furnace.

21ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।

22ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।

23ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।

24ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”

25ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.