22ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।
23ପୁଣି ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।
24ଏଥିରେ ରାଜା ନବୂଖଦ୍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”
25ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”
26ସେତେବେଳେ ନବୂଖଦ୍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”