ଦାନିୟେଲ 3

ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”

Daniel 3:26 (UKJV) Then Nebuchadnezzar came near to the mouth of the burning fiery furnace, and spoke, and said, Shadrach, Meshach, and Abednego, all of you servants of the most high God, come forth, and come here. Then Shadrach, Meshach, and Abednego, came out of the midst of the fire.

24ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”

25ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”

26ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”

27ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।

28ନବୂଖଦ୍‍ନିତ୍ସର କହିଲା, “ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.