ଦାନିୟେଲ 3

ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”

Daniel 3:29 (UKJV) Therefore I make a decree, That every people, nation, and language, which speak any thing amiss against the God of Shadrach, Meshach, and Abednego, shall be cut in pieces, and their houses shall be made a dunghill: because there is no other God that can deliver after this sort.

27ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।

28ନବୂଖଦ୍‍ନିତ୍ସର କହିଲା, “ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।

29ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”

30ଏଥିରେ ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.