ଦାନିୟେଲ 3

ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।

Daniel 3:3 (UKJV) Then the princes, the governors, and captains, the judges, the treasurers, the counsellors, the sheriffs, and all the rulers of the provinces, were gathered together unto the dedication of the image that Nebuchadnezzar the king had set up; and they stood before the image that Nebuchadnezzar had set up.

1ରାଜା ନବୂଖଦ୍‍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।

2ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା।

3ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।

4ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,

5ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.