2ତହିଁରେ ରାଜା ନବୂଖଦ୍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍ନିତ୍ସର ଲୋକ ପ୍ରେରଣ କଲା।
3ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।
4ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,
5ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
6ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”