4ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,
5ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
6ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”
7ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।
8ଏଥିପାଇଁ ସେହି ସମୟରେ କେତେକ କଲ୍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।