ଦାନିୟେଲ 3

ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।

Daniel 3:7 (UKJV) Therefore at that time, when all the people heard the sound of the cornet, flute, harp, sackbut, psaltery, and all kinds of music, all the people, the nations, and the languages, fell down and worshipped the golden image that Nebuchadnezzar the king had set up.

5ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।

6ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”

7ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।

8ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।

9ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.