1ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
2ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।
3ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।