ଦାନିୟେଲ 4

ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।

Daniel 4:10 (UKJV) Thus were the visions of mine head in my bed; I saw, and behold a tree in the midst of the earth, and the height thereof was great.

8ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,

9ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।

10ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।

11ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।

12ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.