ଦାନିୟେଲ 4

ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।

Daniel 4:11 (UKJV) The tree grew, and was strong, and the height thereof reached unto heaven, and the sight thereof to the end of all the earth:

9ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।

10ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।

11ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।

12ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।

13ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.