10ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ।
11ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା।
12ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।
13ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।
14ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।