12ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।
13ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ।
14ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।
15ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
16ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।