ଦାନିୟେଲ 4

ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।

Daniel 4:16 (UKJV) Let his heart be changed from man's, and let a beast's heart be given unto him; and let seven times pass over him.

14ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ।

15ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;

16ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ।

17ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’

18ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.