ଦାନିୟେଲ 4

ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;

Daniel 4:20 (UKJV) The tree that you saw, which grew, and was strong, whose height reached unto the heaven, and the sight thereof to all the earth;

18ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”

19ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।

20ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;

21ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;

22ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.