21ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
22ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
23ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।
24ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।
25ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।