23ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ।
24ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।
25ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
26ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।
27ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”