ଦାନିୟେଲ 4

ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା।

Daniel 4:28 (UKJV) All this came upon the king Nebuchadnezzar.

26ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।

27ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”

28ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା।

29ବାର ମାସର ଶେଷରେ ସେ ବାବିଲର ରାଜପ୍ରାସାଦରେ ବୁଲୁଥିଲା।

30“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.