ଦାନିୟେଲ 4

ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।

Daniel 4:3 (UKJV) How great are his signs! and how mighty are his wonders! his kingdom is an everlasting kingdom, and his dominion is from generation to generation.

1ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍‍ନିତ୍ସର ରାଜାର (ବିଜ୍ଞାପନ); “ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।

2ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।

3ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।

4ମୁଁ ନବୂଖଦ୍‍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି।

5ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.