ଦାନିୟେଲ 4

ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”

Daniel 4:32 (UKJV) And they shall drive you from men, and your dwelling shall be with the beasts of the field: they shall make you to eat grass as oxen, and seven times shall pass over you, until you know that the most High rules in the kingdom of men, and gives it to whomsoever he will.

30“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”

31ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।

32ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”

33ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।

34ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.