ଦାନିୟେଲ 4

ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।

Daniel 4:36 (UKJV) At the same time my reason returned unto me; and for the glory of my kingdom, mine honour and brightness returned unto me; and my counsellors and my lords sought unto me; and I was established in my kingdom, and excellent majesty was added unto me.

34ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।

35ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।

36ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।

37ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.