ଦାନିୟେଲ 4

ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।

Daniel 4:5 (UKJV) I saw a dream which made me afraid, and the thoughts upon my bed and the visions of my head troubled me.

3ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।

4ମୁଁ ନବୂଖଦ୍‍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ୱୀ ଥିଲି।

5ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।

6ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍‍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;

7ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.