5ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା।
6ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
7ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
8ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
9ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।