ଦାନିୟେଲ 5

ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।

Daniel 5:1 (UKJV) Belshazzar the king made a great feast to a thousand of his lords, and drank wine before the thousand.

1ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।

2ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।

3ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.