ଦାନିୟେଲ 5

ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।

Daniel 5:10 (UKJV) Now the queen by reason of the words of the king and his lords came into the banquet house: and the queen spoke and said, O king, live for ever: let not your thoughts trouble you, nor let your countenance be changed:

8ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।

9ତେଣୁ ରାଜା ବେଲ୍‍ଶତ୍ସର ଅତିଶୟ ଉଦ୍‍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।

10ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।

11ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍‍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;

12କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.