ଦାନିୟେଲ 5

ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।

Daniel 5:15 (UKJV) And now the wise men, the astrologers, have been brought in before me, that they should read this writing, and make known unto me the interpretation thereof: but they could not show the interpretation of the thing:

13ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?

14ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।

15ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।

16ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”

17ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.