16ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
17ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
18ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
19ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
20ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,