18ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
19ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
20ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
21ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
22ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;