20ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
21ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
22ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
23ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
24ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।