24ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।
25ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
26ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
27ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
28ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”