ଦାନିୟେଲ 5

ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।

Daniel 5:27 (UKJV) TEKEL; You are weighed in the balances, and are found lacking.

25ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।

26ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।

27ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।

28ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”

29ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.