2ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।
3ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।
4ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
5ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
6ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।