4ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
5ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
6ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
7ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
8ତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।